ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁଞ୍ଚରେ ଏକ ଦୁର୍ଘଟଣାରେ ମୃତକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପୀଡିତଙ୍କ ପାଇଁ ପିଏମଏନଆରଏଫ୍ରୁ ଅନୁକମ୍ପାମୂଳକ ସହୟତା ରାଶି ଘୋଷଣା କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 14 SEP 2022 4:25PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଞ୍ଚରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପୀଡିତଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ପୁଞ୍ଚରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣହାନୀ ଦୁଃଖ ଦାୟକ ଅଟେ ମୋର ଚିନ୍ତାଧାରା ସେମାନଙ୍କ ସହ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍ରୁ ୨ଲକ୍ଷ ଟଙ୍କା କରି ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

HS


(ରିଲିଜ ଆଡି: 1859286) ପରିଦର୍ଶକ କାଉଣ୍ଟର : 177