ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଝାଡଖଣ୍ଡର ହଜାରିବାଗରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 SEP 2022 8:15PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ହଜାରିବାଗ ଜିଲ୍ଲାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଝାଡଖଣ୍ଡର ହଜାରିବାଗ ଜିଲ୍ଲାରେ ବସ୍ ଦୁର୍ଘଟଣାରେ ପ୍ରାଣ ହାନି ପାଇଁ ଦୁଃଖିତ । ଏହି ଦୁଃଖଦ ଘଟଣାରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହେବା ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”

HS


(ରିଲିଜ ଆଡି: 1860556) ପରିଦର୍ଶକ କାଉଣ୍ଟର : 187