ସଂସ୍କୃତି ମନ୍ତ୍ରଣାଳୟ
azadi ka amrit mahotsav

ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ


ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ଓଡ଼ିଶା ଗସ୍ତରେ ଆସିଥିବା ମହାରାଷ୍ଟ୍ର ଛାତ୍ରଛାତ୍ରୀ

प्रविष्टि तिथि: 20 SEP 2022 6:31PM by PIB Bhubaneswar

ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଓଡ଼ିଶା ଗସ୍ତରେ ଆସିଥିବା ନଭି ମୁମ୍ବାଇର କେସି ପାଟିଲ କଲେଜ ଅଫ ଇଞ୍ଜିନିୟରିଂର ୫୦ ଜଣ ଛାତ୍ରଛାତ୍ରୀ ମଙ୍ଗଳବାର, ଦ୍ବିତୀୟ ଦିନରେ ବିଶ୍ବପ୍ରସିଦ୍ଧ ତୀର୍ଥକ୍ଷେତ୍ର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଐତିହାସିକ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି ।

ଗସ୍ତ ପୂର୍ବରୁ ସେମାନଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବିଷୟରେ ସୂଚନା ଦିଆଯାଇଥିଲା। ମହାରାଷ୍ଟ୍ରର ଛାତ୍ରଛାତ୍ରୀଙ୍କୁ ଆତିଥେୟ ପ୍ରଦାନ କରିଥିବା ଭୁବନେଶ୍ବରର ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ ଟେକ୍ନୋଲୋଜି (ଜିଆଇଏଫଟି) ପକ୍ଷରୁ ଏକ ଉପସ୍ଥାପନା ମାଧ୍ୟମରେ ଶ୍ରୀଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ସମେତ ବିଭିନ୍ନ ଐତିହାସିକ ସ୍ଥଳୀ ସମ୍ପର୍କରେ ସୂଚନା ଦିଆଯାଇଥିଲା ।

ଆଜିର ଦିନରେ ଆୟୋଜିତ ଆଉ ଏକ କାର୍ଯ୍ୟକ୍ରମରେ ଏକ ଭାଷା ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମରାଠୀ ଏବଂ ଓଡ଼ିଆ ଭାଷାରେ ସାମଞ୍ଜସ୍ୟ ଥିବା କେତେକ ଶବ୍ଦ ବିଷୟରେ ଛାତ୍ରଛାତ୍ରୀ ଜାଣିବାକୁ ପାଇଥିଲେ। ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ୫୦ ଜଣ ଛାତ୍ରଛାତ୍ରୀ ଏବଂ ୪ ଜଣ ଶିକ୍ଷକଶିକ୍ଷୟିତ୍ରୀ ସମ୍ପ୍ରତି ଓଡ଼ିଶା ଗସ୍ତରେ ଆସିଛନ୍ତି । ରାଜ୍ୟମାନଙ୍କ ମଧ୍ୟରେ ଆପୋସ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଅଖଣ୍ଡ ଭାରତର ସ୍ବପ୍ନକୁ ସାକାର କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା କ୍ରମେ ଦେଶବ୍ୟାପୀ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

 

*******

P.S.


(रिलीज़ आईडी: 1860970) आगंतुक पटल : 138
इस विज्ञप्ति को इन भाषाओं में पढ़ें: English