ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀକୁ ସେପ୍ଟେମ୍ବର ୨୩ରେ କରିବେ ଉଦ୍‌ଘାଟନ


ପରିବେଶ ପାଇଁ ଜୀବନଶୈଳୀ, ଜଳବାୟୁ ପରିବର୍ତ୍ତନ, ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା, ହିଂସ୍ରପ୍ରାଣୀ ଓ ଜଙ୍ଗଲ ପରିଚାଳନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଅଧିକ ସମନ୍ୱୟ ରକ୍ଷା ଦିଗରେ ସମ୍ମିଳନୀରେ ଗୁରୁତ୍ୱ ଦିଆଯିବ

Posted On: 21 SEP 2022 4:29PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପରିବେଶ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀକୁ ଆସନ୍ତା ୨୩ ତାରିଖ ପୂର୍ବାହ୍ନ ସାଢେ ଦଶଟାରେ ଗୁଜରାଟର ଏକତାନଗରଠାରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିବେ । ଏହି ଅବସରରେ ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍‌ବୋଧନ ଦେବେ ।

ସଂଘୀୟ ସହଯୋଗ ବ୍ୟବସ୍ଥାକୁ ଆଗେଇ ନେବା ତଥା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ପରିବେଶ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ସୁସମନ୍ୱୟ ରକ୍ଷା ଉଦ୍ଦେଶ୍ୟରେ ଏହି ସମ୍ମିଳନୀ ଡକାଯାଇଛି । ନୀତିଗୁଡିକ ମଧ୍ୟରେ ପ୍ଲାଷ୍ଟିକ ପ୍ରଦୂଷଣ ନିରାକରଣ, ପରିବେଶ ପାଇଁ ଜୀବନ ଶୈଳୀ ଉପରେ ଗୁରୁତ୍ୱ ଦେଇ ଜଳବାୟୁ ପରିବର୍ତ୍ତନ ସମସ୍ୟାର ମୁକାବିଲା ନିମନ୍ତେ ରାଜ୍ୟର କାର୍ଯ୍ୟାନ୍ୱୟନ ଯୋଜନା ଇତ୍ୟାଦି ଅନ୍ତର୍ଭୁକ୍ତ । ଅନୁର୍ବର ଜମିର ପୁନରୁଦ୍ଧାର ଓ ବନ୍ୟପ୍ରାଣୀ ସଂରକ୍ଷଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇ ଜଙ୍ଗଲ ସୀମା ବୃଦ୍ଧି ନେଇ ମଧ୍ୟ ସମ୍ମିଳନୀରେ ଗୁରୁତ୍ୱ ଆରୋପ କରାଯିବ।

୨୩ ଓ ୨୪ସେପ୍ଟେମ୍ବରରେ ଆୟୋଜିତ ହେବାକୁ ଥିବା ଏହି ଦୁଇଦିନିଆ ସମ୍ମିଳନୀରେ ଛଅଟି ଅଧିବେଶନ ରହିଛି । ଏଥିରେ ଆଲୋକପାତ କରାଯାଉଥିବା ବିଷୟଗୁଡିକ ମଧ୍ୟରେ ରହିଛି ଏଲଆଇଏଫଇ ପରିବେଶ ଭିତ୍ତିକ ଜୀବନ ଶୈଳୀ) ଜଳବାୟୁ ପରିବର୍ତ୍ତନର ମୁକାବିଲ, ପରିବେଶ (ସମନ୍ୱିତ ସବୁଜ ସ୍ୱୀକୃତୀ ପାଇଁ ଏକକ ଗବାକ୍ଷ ପଦ୍ଧତି), ଜଙ୍ଗଲ ପରିଚାଳନା, ପ୍ରଦୂଷଣ ନିୟନ୍ତ୍ରଣ ଓ ନିରାକରଣ, ବନ୍ୟପ୍ରାଣୀ ପରିଚାଳନା, ପ୍ଲାଷ୍ଟିକ ଓ ବର୍ଜ୍ୟ ପରିଚାଳନା ଇତ୍ୟାଦି ।

 

****

SM/SLP



(Release ID: 1861296) Visitor Counter : 206