ରାଷ୍ଟ୍ରପତିଙ୍କ ସଚିବାଳୟ

ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି


ବିଭିନ୍ନ ବର୍ଗରେ ଓଡ଼ିଶାର ୩ ଜଣଙ୍କୁ ମିଳିଲା ଏନଏସଏସ ପୁରସ୍କାର

Posted On: 24 SEP 2022 2:43PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୦୨୦-୨୦୨୧ ବର୍ଷ ପାଇଁ ଜାତୀୟ ସେବା ଯୋଜନା (ଏନଏସଏସ) ପୁରସ୍କାର ପ୍ରଦାନ କରିଛନ୍ତି । ଶନିବାର (ସେପ୍ଟେମ୍ବର ୨୪, ୨୦୨୨)ରେ ରାଷ୍ଟ୍ରପତି ଭବନରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। 

ତିନୋଟି ବର୍ଗରେ ଏନଏସଏସ ପୁରସ୍କାର ପ୍ରଦାନ କରାଯାଇଛି । ବିଶ୍ବବିଦ୍ୟାଳୟ/ ଯୁକ୍ତ ଦୁଇ ପରିଷଦ, କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ଏବଂ ସ୍ବେଚ୍ଛାସେବୀ ବର୍ଗରେ ପୁରସ୍କାର ଦିଆଯାଇଥିଲା। ଚଳିତ ଥର ଓଡ଼ିଶାର ତିନି ଜଣ ବ୍ୟକ୍ତିବିଶେଷ ରାଷ୍ଟ୍ରପତିଙ୍କ ଠାରୁ ଏନଏସଏସ ପୁରସ୍କାର ଗ୍ରହଣ କରିଛନ୍ତି। କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ବର୍ଗରେ ମୟୂରଭଞ୍ଜ ଜିଲ୍ଲା ଆରଡିଏସ ଡିଗ୍ରୀ ମହାବିଦ୍ୟାଳୟର ଡକ୍ଟର ଦିଲିପ କୁମାର ପରମାଣିକ ଏହି ପୁରସ୍କାର ପାଇଛନ୍ତି । ସେହିପରି ଏନଏସଏସ ସ୍ବେଚ୍ଛାସେବୀ ବର୍ଗରେ ଭୁବନେଶ୍ବର ସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେସନ ଏଣ୍ଡ ରିସର୍ଚ୍ଚର ଶ୍ରୀ ପ୍ରତୀକ ଦାଶ ଏବଂ ଭୁବନେଶ୍ବର ସ୍ଥିତ ସ୍କୁଲ୍‌ ଅଫ୍‌ ଲ’ର ଆକାଂକ୍ଷା କବି ପୁରସ୍କୃତ ହୋଇଛନ୍ତି ।

 

*****

P.S.



(Release ID: 1861949) Visitor Counter : 220