ଅର୍ଥ ମନ୍ତ୍ରଣାଳୟ 
                
                
                
                
                
                    
                    
                        ୨୦୨୨ ସେପ୍ଟେମ୍ବର ମାସରେ ୧,୪୭,୬୮୬ କୋଟି ଟଙ୍କାର ସକଳ ଜିଏସଟି ରାଜସ୍ବ ଆଦାୟ
                    
                    
                        
କ୍ରମାଗତ ୭ ମାସ ଧରି ମାସିକ ଜିଏସଟି ରାଜସ୍ବ ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଛି  
ଓଡ଼ିଶାରେ ଜିଏସଟି ସଂଗ୍ରହ ୧୩ ପ୍ରତିଶତ ବଢ଼ିଲା; ସେପ୍ଟେମ୍ବର ୨୦୨୨ ମାସରେ ୩ ହଜାର ୭୬୫ କୋଟି ଟଙ୍କାର ଜିଏସଟି ଆଦାୟ 
ସେପ୍ଟେମ୍ବର ୨୦୨୨ରେ ସଂଗୃହିତ ଜିଏସଟି ରାଜସ୍ବ ୨୦୨୧ର ସମାନ ମାସ ତୁଳନାରେ ୨୬% ଅଧିକ
ସେପ୍ଟେମ୍ବର ମାସରେ ଆଉ ଏକ ଉପଲବ୍ଧି ହାସଲ;  ୩୦ ସେପ୍ଟେମ୍ବର ୨୦୨୨ ଦିନ ଜିଏସଟି ପୋର୍ଟାଲରେ ୧.୧ କୋଟି ଇ-ୱେ ବିଲ ଏବଂ ଇନଭଏସ (୭୨.୯୪ ଇ-ଇନଭଏସ ଏବଂ ୩୭.୭୪ ଲକ୍ଷ ଇ-ୱେ ବିଲ) ଜାରି ହେଲା
                    
                
                
                    Posted On:
                01 OCT 2022 12:59PM by PIB Bhubaneshwar
                
                
                
                
                
                
                ସେପ୍ଟେମ୍ବର ୨୦୨୨ ମାସରେ ସକଳ ଜିଏସଟି ସଂଗ୍ରହ ୧,୪୭,୬୮୬ କୋଟି ଟଙ୍କା ଟପିଛି । ଏଥିମଧ୍ୟରୁ ସିଜିଏସଟି ୨୫,୨୭୧ ଏବଂ ଏସଜିଏସଟି ୩୧,୮୧୩ କୋଟି ଟଙ୍କା ରହିଛି । ସେହିପରି ଆଇଜିଏସଟି ୮୦,୪୬୪ କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ ୪୧,୨୧୫ କୋଟି ଟଙ୍କା ସମେତ) ଏବଂ ସେସ ୧୦,୧୩୭ କୋଟି ଟଙ୍କା (ବସ୍ତୁ ଆମଦାନୀରୁ ସଂଗୃହିତ ୮୫୬ କୋଟି ଟଙ୍କା ସମେତ) ରହିଛି ।
ସରକାର ସିଜିଏସଟି ବାବଦରେ ୩୧,୮୮୦ କୋଟି ଟଙ୍କା ପରିଶୋଧ କରିବା ସହିତ ଆଇଜିଏସଟିରୁ ନିୟମିତ ପରିଶୋଧ ବାବଦରେ ୨୭ ହଜାର ୪୦୩ କୋଟି ଟଙ୍କା ପରିଶୋଧ କରିଛନ୍ତି । ନିୟମିତ ପରିଶୋଧ ପରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମୋଟ୍ ରାଜସ୍ବ ପରିମାଣ ସେପ୍ଟେମ୍ବର ୨୦୨୨ରେ ସିଜିଏସଟି ବାବଦରେ ୫୭ ହଜାର ୧୫୧ କୋଟି ଟଙ୍କା ଏବଂ ଏସଜିଏସଟି ବାବଦରେ ୫୯ ହଜାର ୨୧୬ କୋଟି ଟଙ୍କା ରହିଛି ।
ଓଡ଼ିଶାରେ ସେପ୍ଟେମ୍ବର ୨୦୨୨ ମାସରେ ୩ ହଜାର ୭୬୫ କୋଟି ଟଙ୍କାର ଜିଏସଟି ରାଜସ୍ବ ଆଦାୟ ହୋଇଛି । ଗତ ବର୍ଷ ସେପ୍ଟେମ୍ବର ମାସରେ ୩ ହଜାର ୩୨୬ କୋଟି ଟଙ୍କାର ଜିଏସଟି ସଂଗ୍ରହ କରାଯାଇଥିଲା । ଚଳିତ ବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟରେ ଜିଏସଟି ସଂଗ୍ରହ ୧୩ ପ୍ରତିଶତ ବୃଦ୍ଧି ପାଇଛି ।
ଗତ ବର୍ଷ ସମାନ ମାସ ତୁଳନାରେ ସେପ୍ଟେମ୍ବର ୨୦୨୨ ମାସରେ ଜିଏସଟି ରାଜସ୍ବ ସଂଗ୍ରହ ୨୬% ବୃଦ୍ଧି ପାଇଛି । ଏହି ମାସ ସମୟରେ ବସ୍ତୁ ଆମଦାନୀରୁ ସଂଗୃହିତ ରାଜସ୍ବ ପରିମାଣ ୩୯% ଅଧିକ ଥିବା ବେଳେ ଘରୋଇ କାରବାର (ସେବା ଆମଦାନୀ ସମେତ) ରୁ ସଂଗୃହିତ ରାଜସ୍ବ ପରିମାଣ ଗତ ବର୍ଷ ସମାନ ମାସ ତୁଳନାରେ ୨୨% ଅଧିକ ରହିଛି ।
କ୍ରମାଗତ ୭ ମାସ ଧରି ମାସିକ ଜିଏସଟି ରାଜସ୍ବ ସଂଗ୍ରହ ୧.୪ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି । ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଜିଏସଟି ରାଜସ୍ବ ସଂଗ୍ରହ ଗତ ବର୍ଷର ଏହି ଅବଧି ତୁଳନାରେ ୨୭% ଅଧିକ ରହିଛି । ଏହା ଉଚ୍ଚ ରାଜସ୍ବ ବୃଦ୍ଧିକୁ ଦର୍ଶାଉଛି । ଅଗଷ୍ଟ ୨୦୨୨ରେ ୭.୭ କୋଟି ଇ-ୱେ ବିଲ ସୃଷ୍ଟି କରାଯାଇଥିଲା । ଏହା ଜୁଲାଇ ୨୦୨୨ରେ ଜାରି ହୋଇଥିବା ୭.୫ କୋଟି ଇ-ୱେ ବିଲ ତୁଳନାରେ ଅଧିକ ।
ଚଳିତ ମାସରେ ଗୋଟିଏ ଦିନରେ ଦ୍ବିତୀୟ ସର୍ବାଧିକ ଜିଏସଟି ରାଜସ୍ବ ସଂଗ୍ରହ କରାଯାଇଥିଲା। ସେପ୍ଟେମ୍ବର ୨୦ ତାରିଖରେ ୪୯ ହଜାର ୪୫୩ କୋଟି ଟଙ୍କାର ଜିଏସଟି ଆଦାୟ ହୋଇଥିଲା ଏବଂ ଦ୍ବିତୀୟ ସର୍ବାଧିକ ୮.୭୭ ଲକ୍ଷ ଚାଲାଣ ଦାଖଲ କରାଯାଇଥିଲା । ଏଥିପୂର୍ବରୁ ୨୦ ଜୁଲାଇ ୨୦୨୨ରେ ଗୋଟିଏ ଦିନରେ ସର୍ବାଧିକ ୯.୫୮ ଲକ୍ଷ ଚାଲାଣ ଦାଖଲ କରାଯିବା ସହିତ ୫୭ ହଜାର ୮୪୬ କୋଟି ଟଙ୍କାର ଜିଏସଟି ଆଦାୟ ହୋଇଥିଲା । ଏହି ତଥ୍ୟ ଦର୍ଶାଉଛି ଯେ ଜିଏସଟିଏନ ଦ୍ବାରା ପରିଚାଳିତ ଜିଏସଟି ପୋର୍ଟାଲ ସମ୍ପୂର୍ଣ୍ଣ ଭାବେ ସ୍ଥିର ଏବଂ ଏବଂ ବାଧାମୁକ୍ତ ପ୍ରଦର୍ଶନ କରୁଛି । ସେପ୍ଟେମ୍ବର ମାସରେ ଆଉ ଏକ ଉପଲବ୍ଧି ହାସଲ କରାଯାଇଛି ।  ୩୦ ସେପ୍ଟେମ୍ବର ୨୦୨୨ ଦିନ ଜିଏସଟି ପୋର୍ଟାଲରେ ୧.୧ କୋଟି ଇ-ୱେ ବିଲ ଏବଂ ଇନଭଏସ (୭୨.୯୪ ଇ-ଇନଭଏସ ଏବଂ ୩୭.୭୪ ଲକ୍ଷ ଇ-ୱେ ବିଲ) ଜାରି ହୋଇଛି ।
ତଳେ ଦିଆଯାଇଥିବା ଚାର୍ଟରେ ଚଳିତ ବର୍ଷର ମାସିକ ସକଳ ଜିଏସଟି ରାଜସ୍ବ ସଂଗ୍ରହର ଧାରା ପ୍ରଦର୍ଶିତ ହୋଇଛି । ସେପ୍ଟେମ୍ବର ୨୦୨୧ ତୁଳନାରେ ସେପ୍ଟେମ୍ବର ୨୦୨୨ରେ ପ୍ରତ୍ୟେକ ରାଜ୍ୟରେ ସଂଗୃହିତ ଜିଏସଟି ଆଦାୟର ରାଜ୍ୟୱାରୀ ତଥ୍ୟ ପ୍ରଦାନ କରାଗଲା।
 

 
State-wise growth of GST Revenues during September 2022
	
		
			| State | Sep-21 | Sep-22 | Growth | 
		
			| Jammu and Kashmir | 377 | 428 | 13% | 
		
			| Himachal Pradesh | 680 | 712 | 5% | 
		
			| Punjab | 1,402 | 1,710 | 22% | 
		
			| Chandigarh | 152 | 206 | 35% | 
		
			| Uttarakhand | 1,131 | 1,300 | 15% | 
		
			| Haryana | 5,577 | 7,403 | 33% | 
		
			| Delhi | 3,605 | 4,741 | 32% | 
		
			| Rajasthan | 2,959 | 3,307 | 12% | 
		
			| Uttar Pradesh | 5,692 | 7,004 | 23% | 
		
			| Bihar | 876 | 1,466 | 67% | 
		
			| Sikkim | 260 | 285 | 9% | 
		
			| Arunachal Pradesh | 55 | 64 | 16% | 
		
			| Nagaland | 30 | 49 | 61% | 
		
			| Manipur | 33 | 38 | 17% | 
		
			| Mizoram | 20 | 24 | 22% | 
		
			| Tripura | 50 | 65 | 29% | 
		
			| Meghalaya | 120 | 161 | 35% | 
		
			| Assam | 968 | 1,157 | 20% | 
		
			| West Bengal | 3,778 | 4,804 | 27% | 
		
			| Jharkhand | 2,198 | 2,463 | 12% | 
		
			| Odisha | 3,326 | 3,765 | 13% | 
		
			| Chattisgarh | 2,233 | 2,269 | 2% | 
		
			| Madhya Pradesh | 2,329 | 2,711 | 16% | 
		
			| Gujarat | 7,780 | 9,020 | 16% | 
		
			| Daman and Diu | 0 | 0 | -38% | 
		
			| Dadra and Nagar Haveli | 304 | 312 | 3% | 
		
			| Maharashtra | 16,584 | 21,403 | 29% | 
		
			| Karnataka | 7,783 | 9,760 | 25% | 
		
			| Goa | 319 | 429 | 35% | 
		
			| Lakshadweep | 0 | 3 | 731% | 
		
			| Kerala | 1,764 | 2,246 | 27% | 
		
			| Tamil Nadu | 7,842 | 8,637 | 10% | 
		
			| Puducherry | 160 | 188 | 18% | 
		
			| Andaman and Nicobar Islands | 20 | 33 | 69% | 
		
			| Telangana | 3,494 | 3,915 | 12% | 
		
			| Andhra Pradesh | 2,595 | 3,132 | 21% | 
		
			| Ladakh | 15 | 19 | 27% | 
		
			| Other Territory | 132 | 202 | 53% | 
		
			| Center Jurisdiction | 191 | 182 | -5% | 
		
			| Grand Total | 86,832 | 1,05,615 | 22% | 
	
 
 
******
P.S.
                
                
                
                
                
                (Release ID: 1864160)
                Visitor Counter : 295