ପୋଷ୍ଟ କରାଯିବା ଦିନାଙ୍କ:
01 OCT 2022 10:30PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାନପୁର ଠାରେ ଏକ ଟ୍ରାକ୍ଟର ଟ୍ରଲି ଦୁର୍ଘଟଣାରେ ମୃତୁ୍ୟବରଣ କରିଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ସେ ମଧ୍ୟ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ଲାଗି ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା କରି ଦେବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।
ପ୍ରଧାନମନ୍ତ୍ରୀଙ୍କ ଅଫିସ ଟୁଇଟ୍ କରିଛି;
“କାନପୁର ଠାରେ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜର ନିକଟସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା ରହିଛି । ଆହତ ମାନଙ୍କ ପାଇଁ ପ୍ରାର୍ଥନା । ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
“ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟସର୍ମ୍ପକୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା କରି ଅନୁକଂପାମୂଳକ ସହାୟତାରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
HS