ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଶ୍ଚିମବଙ୍ଗର ଜଳପାଇଗୁଡିରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମଏନଆରଏଫ୍ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା
Posted On:
06 OCT 2022 9:17AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଦୁଃଖଦ ଦୁର୍ଘଟଣାରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ୍)ରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଏହି ଦୁଃଖଦ ଦୁର୍ଘଟଣା ପାଇଁ ବ୍ୟଥିତ । ଯେଉଁମାନେ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
“ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଦୁଃଖଦ ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍ ରୁ ୨ ଲକ୍ଷ ଟଙ୍କାକରି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
HS
(Release ID: 1865510)
Visitor Counter : 177
Read this release in:
English
,
Urdu
,
Hindi
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam