ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମହାରାଷ୍ଟ୍ରର ନାଶିକରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମ୍ଏନଆରଏଫ୍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
08 OCT 2022 9:43AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ନାଶିକରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତ୍ୟୁ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀ ମଧ୍ୟ ଏହି ବସ ଦୁର୍ଘଟଣାରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନଆରଏଫ୍) ରୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ନାଶିକରେ ବସ୍ ଦୁର୍ଘଟଣା ପାଇଁ ଦୁଃଖିତ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ଚିନ୍ତାଧାରା ରହିଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
“ନାଶିକରେ ବସ୍ ଅଗ୍ନିକାଣ୍ଡ ଯୋଗୁଁ ମୃତବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ପିଏମ୍ଏନଆରଏଫ ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
HS
(ରିଲିଜ ଆଡି: 1866072)
ପରିଦର୍ଶକ କାଉଣ୍ଟର : 187
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam