ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ରେୱାଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମଏନଆରଏଫ୍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
प्रविष्टि तिथि:
22 OCT 2022 11:26AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ରେୱାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀଙ୍କ ଲାଗି ୨ଲକ୍ଷ ଟଙ୍କା କରି ଏବଂ ପ୍ରତ୍ୟେକ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ଯୋଗାଇ ଦେଉଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ମଧ୍ୟପ୍ରଦେଶର ରେୱାସ୍ଥିତ ଜାତୀୟ ରାଜପଥରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ହୃଦୟ ବିଦାରକ । ଯେଉଁମାନେ ଏଥିରେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏହା ସହିତ, ମୁଁ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି ।”
“ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶରେ ଘଟିଥିବା ମର୍ମନ୍ତୁଦ ବସ୍ ଦୁର୍ଘଟଣରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନ୍ଆରଏଫ୍ରୁ ୨ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ ।”
HS
(रिलीज़ आईडी: 1870274)
आगंतुक पटल : 195
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam