ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଋଷି ସୁନାକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 OCT 2022 8:45PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୠଷି ସୁନାକଙ୍କ ସହ କଥା ହୋଇଛନ୍ତି ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଆଜି ଋଷି ସୁନାକଙ୍କ ସହ କଥା ହୋଇ ଆନନ୍ଦିତ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଆମର ବ୍ୟାପକ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବୁ ଆମେ ଏକ ବ୍ୟାପକ ଏବଂ ସନ୍ତୁଳିତ ଏଫ୍‍ଟିଏ ଶୀଘ୍ର ସମାପନ ଉପରେ ସହମତ ହେବୁ

HS


(ରିଲିଜ ଆଡି: 1871438) ପରିଦର୍ଶକ କାଉଣ୍ଟର : 147