ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ

ଫୁଟବଲ୍ ଫର୍ ସ୍କୁଲ’ ପାଇଁ ଏମଓୟୁ ସ୍ୱାକ୍ଷର


ଦେଶର ୨ କୋଟି ୫୦ ଲକ୍ଷ ସ୍କୁଲ ପିଲାଙ୍କୁ ଫୁଟବଲ୍ ଖେଳ ସହ ଯୋଡାଯିବ- ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ମନ୍ତ୍ରଣାଳୟ, ଫିଫା ଏବଂ ଏଆଇଏଫଏଫ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ମୁଁ ପିଲାବେଳେ ଫୁଟବଲ ଖେଳୁଥିଲି, ‘ଫୁଟବଲ ଫର୍ ସ୍କୁଲ’ ମୋତେ ବ୍ୟକ୍ତିଗତ ଆନନ୍ଦ ଦେଇଥିବା କହିଲେ କେନ୍ଦ୍ରମନ୍ତ୍ରୀ

ପିଲାଙ୍କୁ ଶାରୀରିକ ରୂପେ ସୁସ୍ଥ ରଖିବା ଜାତୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟ

ଆଗାମୀ ଦିନରେ ପାଠ୍ୟ ପୁସ୍ତକରେ ଫୁଟବଲ୍ ଭଳି ଶାରିରୀକ କ୍ରୀଡାକୁ ଗୁରୁତ୍ୱ ଦିଆଯିବ

ପାଠ ପଢୁ ନ ଥିବା ପିଲା ଅଧିକ ଖେଳାଖେଳି କରୁଥିବା ଧାରଣା ଏବେ ଦୂର ହେଉଛି

ମୋଦି ସରକାର ଖେଳକୁ ହିଁ ପାଠପଢାର ମାନ୍ୟତା ଦେଉଛନ୍ତି

Posted On: 30 OCT 2022 7:20PM by PIB Bhubaneshwar

ଦେଶରେ ‘ଫୁଟବଲ୍ ଫର୍ ସ୍କୁଲ’ କାର୍ଯ୍ୟକ୍ରମକୁ ଆରମ୍ଭ କରିବା ପାଇଁ ରବିବାର ମୁମ୍ବାଇର ଯଶୋବନ୍ତ ରାଓ ଚୌହ୍ୱାନ ଫୁଟବଲ୍ ଷ୍ଟାଡ଼ିୟମରେ ଶିକ୍ଷା ମନ୍ତ୍ରଣାଳୟ, ଫିଫା ଏବଂ ସର୍ବଭାରତୀୟ ଫୁଟବଲ୍ ସଂଘ(ଏଆଇଏଫଏଫ) ମଧ୍ୟରେ ଏକ ବୁଝାମଣା ପତ୍ର(ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଫିଫାର ସଭାପତି ଜିଆନି ଇନଫାନଟିନୋ ଏବଂ ଏଆଇଏଫଏଫର ସଭାପତି କଲ୍ୟାଣ ଚୌବେ ଏହି ଏମଓୟୁରେ ସ୍ୱାକ୍ଷର କରିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଫୁଟବଲ ହେଉଛି ଏକ ଲୋକପ୍ରିୟ ଖେଳ । ମୁଁ ପିଲାବେଳେ ଫୁଟବଲ୍ ଖେଳୁଥିଲି । ଆଜି ଦେଶରେ ଫୁଟବଲକୁ ପ୍ରାଥମିକତା ଦିଆଯାଉଥିବା ବେଳେ ‘ଫୁଟବଲ୍ ଫର୍ ସ୍କୁଲ’ କାର୍ଯ୍ୟକ୍ରମ ମୋତେ ବ୍ୟକ୍ତିଗତ ଭାବେ ଆନନ୍ଦ ଦେଇଛି । ଆଗାମୀ ୪ ବର୍ଷ ମଧ୍ୟରେରେ ଫିଫା ଓ ଏଆଇଏଫଏଫ ସହଯୋଗରେ ଦେଶର ୭୦୦ରୁ ଅଧିକ ଜିଲ୍ଲାରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ସ୍କୁଲରେ ‘ଫୁଟବଲ ଫର୍ ସ୍କୁଲ’ କାର୍ଯ୍ୟକ୍ରମକୁ ଯୋଡାଯିବ । ଦେଶର ୨ କୋଟି ୫୦ ଲକ୍ଷ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଫୁଟବଲ କ୍ରୀଡା ସହ ଯୋଡାଯିବାର ଯୋଜନା ରହିଛି ।

ପିଲାଙ୍କୁ ଶାରୀରିକ ରୂପେ ସୁସ୍ଥ ରଖିବା ଜାତୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଥିବା ବେଳେ ଶିକ୍ଷାକୁ ସର୍ବସ୍ପର୍ଶୀ କରିବା, ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ସୁନିଶ୍ଚିତ କରିବା ପାଇଁ ଫୁଟବଲ କ୍ରୀଡାକୁ ସକାରାତ୍ମକ ମାଧ୍ୟମ ଭାବେ ବ୍ୟବହାର କରାଯାଉଛି । ଏହାବ୍ୟତିତ ଦେଶରେ ନୂଆ କ୍ରେଡିଟ ଫ୍ରେମଓ୍ୱାର୍କର ପ୍ରଣୟନ କରାଯାଉଛି । ଆଗାମୀ ଦିନରେ କ୍ରୀଡ଼ାକୁ କ୍ରେଡିଟ ଫ୍ରେମଓ୍ୱାର୍କର ରୂପାନ୍ତରଣ କରାଯିବ । ଦେଶର ପ୍ରଥମେ ପାଠ ପଢୁ ନଥିବା ପିଲା ଅଧିକ ଖେଳଖେଳି କରନ୍ତି ବୋଲି ଧାରଣା ଥିଲା । ମାତ୍ର ଏହି ଧାରଣା ଏବେ ଦୂର ହେଉଛି । ଏବେ ମୋଦି ସରକାର ଖେଳକୁ ହିଁ ପାଠପଢାର ମାନ୍ୟତା ଦେଉଛନ୍ତି । ଆସନ୍ତା ଦିନ ମାନଙ୍କରେ ପିଲାଙ୍କ ପାଠ୍ୟ ପୁସ୍ତକରେ ଫୁଟବଲ ଭଳି ଶାରିରୀକ କ୍ରୀଡାକୁ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ରାଷ୍ଟ୍ର ମନ୍ତ୍ରୀ ନିଶିଥ ପରମାଣିକ, ମହାରାଷ୍ଟ୍ରର ସ୍କୁଲ ଶିକ୍ଷା ମନ୍ତ୍ରୀ ଦୀପକ କେସରକର, ଫୁଟବଲ ଫର୍ ସ୍କୁଲର ନିର୍ଦ୍ଦେଶିକା ଫତିମା ସିଦିବେ ଓ ଭାରତୀୟ ଫୁଟବଲ ଟିମର ଅଧିକାରୀମାନେ ପ୍ରମୁଖ ଉପସ୍ଥିତ ଥିଲେ ।

DPO

 



(Release ID: 1872074) Visitor Counter : 323


Read this release in: English , Urdu , Marathi , Hindi