ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ମୃତ ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
04 NOV 2022 10:01AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀ ବେଶ ଦୁଃଖଦ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ: PM”
SR
(ରିଲିଜ ଆଡି: 1873673)
ପରିଦର୍ଶକ କାଉଣ୍ଟର : 203
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam