ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

୨୦୨୧ ନିମନ୍ତେ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି


ଓଡିଶାର ତିନି ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର

ପୋଷ୍ଟ କରାଯିବା ଦିନାଙ୍କ: 07 NOV 2022 1:38PM by PIB Bhubaneswar

ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୦୨୧ ନିମନ୍ତେ ଆଜି (ନଭେମ୍ବର ୦୭, ୨୦୨୨) ନର୍ସିଂ ବୃତିଧାରୀଙ୍କୁ ରାଷ୍ଟ୍ରପତି ଭବନ ଠାରେ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ପ୍ରଦାନ କରିଛନ୍ତି । ସାରା ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଂଚଳ ଗୁଡିକରୁ ସମୁଦାୟ ୫୧ ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ପୁରସ୍କାରରେ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣ ହେଉଛନ୍ତି ଏଏନ୍‌ଏମ୍ , ୪ ଜଣ ଏଲ୍‌ଏଚ୍‌ଭି ଏବଂ ୩୦ ଜଣ ନର୍ସ । ଓଡିଶାର ନର୍ସ ଖୁଲଣା ବାରିକ ଓ ନର୍ସ ଶିବାନୀ ଦାସ ଏବଂ ଏଏନ୍‌ଏମ୍ ଦମୟନ୍ତୀ ରାଉତ ଏହି ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି ।

ଏହି ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ୧୯୭୩ ମସିହାରେ ସମାଜ ପ୍ରତି ନର୍ସ ମାନଙ୍କର ଏବଂ ନର୍ସିଂ ବୃତିଧାରୀ ମାନଙ୍କର ପ୍ରଶଂସନୀୟ କାର୍ଯ୍ୟକୁ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ସ୍ଥାପିତ ହୋଇଥିଲା ।

ପୁରସ୍କୃତ ପେଶାଦାର ମାନଙ୍କର ତାଲିକାକୁ ଦେଖିବା ପାଇଁ ଏଠାରେ କ୍ଲିକ୍ କରନ୍ତୁ ।

Click here to see the List of awardees

***

 

SSP

 


(ରିଲିଜ ଆଡି: 1874241) ପରିଦର୍ଶକ କାଉଣ୍ଟର : 344