ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ନଭେମ୍ବର ୧୦ ଓ ୧୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

प्रविष्टि तिथि: 09 NOV 2022 7:09PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୧୦ ୧୧ ନଭେମ୍ବର, ୨୦୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ

୧୦ ନଭେମ୍ବର, ୨୦୨୨ରେ ରାଷ୍ଟ୍ରପତି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ଏହାପରେ ସେ ଭୁବନେଶ୍ବରରେ ପହଞ୍ଚିବେ ଏବଂ ସେଠାରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନେତୃବର୍ଗଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ସେହି ସନ୍ଧ୍ୟାରେ, ରାଷ୍ଟ୍ରପତି ଭୁବନେଶ୍ବର ରାଜ ଭବନ ପରିସରରେ ତାଙ୍କ ସମ୍ମାନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ

୧୧ ନଭେମ୍ବର ୨୦୨୨ରେ ରାଷ୍ଟ୍ରପତି ଭୁବନେଶ୍ବର ଠାରେ ତପୋବନ ଉଚ୍ଚ ବିଦ୍ୟାଳୟ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ୟୁନିଟ-୨ସ୍ଥିତ କୁନ୍ତଳା କୁମାର ସାବତ ଆଦିବାସୀ ବାଳିକା ଛାତ୍ରାବାସ ପରିଦର୍ଶନ କରିବେ ଏବଂ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହିତ ମତବିନିମୟ କରିବେ । ସେହିଦିନ ସେ ଭୁବନେଶ୍ବରସ୍ଥିତ ଜୟଦେବ ଭବନ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ।

 

******

P.S.

 


(रिलीज़ आईडी: 1874836) आगंतुक पटल : 212
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Punjabi , Tamil