ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
azadi ka amrit mahotsav

ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ.ମୁରୁଗାନ


ପେଟ୍ରୋଲ / ଡିଜେଲ କାରକୁ ବୈଦ୍ୟୁତିକ କାରରେ ବଦଳାଇବା ଦ୍ୱାରା ଅଙ୍ଗାରକ ର୍ନିଗମନ ହ୍ରାସ ପାଇବ : ଡକ୍ଟର ଏଲ ମୁରୁଗାନ

ପୋଷ୍ଟ କରାଯିବା ଦିନାଙ୍କ: 14 NOV 2022 5:46PM by PIB Bhubaneswar

କେନ୍ଦ୍ର ମତ୍ସ୍ୟ, ପଶୁସମ୍ପଦ ଦୁଗ୍ଧ ଏବଂ ସୂଚନା ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ.ମୁରୁଗାନ ଆଜି ପିଆଇବିର ବୈଦ୍ୟୁତିକ କାର୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି

 

ଏହି ଅବସରରେ ଡକ୍ଟର ଏଲ୍ ମୁରୁଗାନ୍ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଦର୍ଶନରୁ ପ୍ରେରଣା ନେଇ ଭାରତ ସରକାର ଦେଶରେ ବୈଦ୍ୟୁତିକ ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଏବଂ ଏହାକୁ ମୁଖ୍ୟ ସ୍ରୋତରେ ବ୍ୟବହାର କରିବା ପାଇଁ ଅନେକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି

ଡକ୍ଟର ଏଲ୍ ମୁରୁଗାନ୍ କହିଛନ୍ତି ଯେ ବୈଦ୍ୟୁତିକ କାରଗୁଡିକର ଚାହିଦାକୁ ଆହୁରି ବୃଦ୍ଧି ପାଇଁ ଭାରତ ସରକାର ଲକ୍ଷ୍ୟ ରଖିଛନ୍ତି ।  ୨୦୨୩ ସୁଦ୍ଧା କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଭାଗ ଦ୍ୱାରା ଖରିଦ ହେଉଥିବା କିମ୍ବା ଭଡାରେ ଆସୁଥିବା କାର ମଧ୍ୟରୁ ଅତିକମରେ ଏକ ତୃତୀୟାଂଶ ବୈଦ୍ୟୁତିକ କାର ହେବ   ସେହି ଲକ୍ଷ୍ୟ ଅନୁଯାୟୀ ଆଜି ୧୪ ଟି କାର ବଦଳାଇଥିବାରୁ ସେ ପତ୍ର ସୂଚନା କାର୍ଯ୍ୟାଳୟକୁ ପ୍ରଶଂସା କରିଥିଲେ

HS


(ରିଲିଜ ଆଡି: 1875945) ପରିଦର୍ଶକ କାଉଣ୍ଟର : 119
ଏହି ରିଲିଜ ପଢନ୍ତୁ : English , Urdu , हिन्दी , Marathi , Punjabi , Tamil , Telugu