ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମିଜୋରମରେ ପଥର ଖଣି ଧସିବା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 16 NOV 2022 9:28AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଜୋରମରେ ପଥର ଖଣି ଧସିବା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ସହାୟତା ରାଶି ଘୋଷଣା କରିଛନ୍ତି ।   

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମିଜୋରମରେ ପଥର ଖଣି ଧସିବା ଯୋଗୁଁ ହୋଇଥିବା ଦୁଃଖଦ ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସମବେଦନା । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ”  

SR



(Release ID: 1876393) Visitor Counter : 97