ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାଲି ଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ବୈଠକ
Posted On:
16 NOV 2022 2:27PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଲି ଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି ।
ଇଟାଲୀର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ଶ୍ରୀ ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଉଭୟ ନେତା ବାଣିଜ୍ୟ ଏବଂ ନିବେଶ, ଆତଙ୍କବାଦ ମୁକାବିଲା ଓ ପାରସ୍ପରିକ ସମ୍ପର୍କ ବୃଦ୍ଧି ଭଳି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି ।
ଉଭୟ ନେତା ପାରସ୍ପରିକ ସ୍ୱାର୍ଥ ସମ୍ବଳିତ କ୍ଷେତ୍ରୀୟ ଓ ବୈଶିକ ପ୍ରସଙ୍ଗରେ ବିଚାର ବିନିମୟ କରିଛନ୍ତି ।
ଭାରତ- ଇଟାଲୀ କୂଟନୈତିକ ସମ୍ପର୍କର ୭୫ ବର୍ଷ ପୂର୍ତ୍ତି ସମାରୋହ ପାଳନ ଏବଂ ଆଗାମୀ ବର୍ଷ ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ଜି-୨୦ ଶିଖର ସମ୍ମିଳନୀରେ ସ୍ୱାଗତ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀ ଆଗ୍ରହ ବ୍ୟକ୍ତ କରିଛନ୍ତି ।
SR
(Release ID: 1876470)
Visitor Counter : 148
Read this release in:
Punjabi
,
Malayalam
,
English
,
Urdu
,
Hindi
,
Marathi
,
Manipuri
,
Assamese
,
Bengali
,
Gujarati
,
Tamil
,
Telugu
,
Kannada