ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ବିହାରର ବୈଶାଳୀ ଠାରେ ଏକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 20 NOV 2022 11:15PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ବୈଶାଳୀ ଠାରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତମାନଙ୍କ ଦ୍ରୁତ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।

ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ବିହାରର ବୈଶାଳୀ ଠାରେ ହୋଇଥିବା ଦୁର୍ଘଟଣା ଦୁଃଖଦ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ@narendramodi  

 

SR



(Release ID: 1877652) Visitor Counter : 156