ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିହାରର ମୋତିହାରି ଠାରେ ଇଟା ଭାଟି ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

प्रविष्टि तिथि: 24 DEC 2022 9:47AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୋତିହାରି ଠାରେ ଇଟା ଭାଟି ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ମୋତିହାରି ଠାରେ ଇଟା ଭାଟି ଦୁର୍ଘଟଣାରେ ହୋଇଥିବା ମୃତ୍ୟୁରେ ମର୍ମାହତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

 

SR


(रिलीज़ आईडी: 1886343) आगंतुक पटल : 170
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam