ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ର ପ୍ରଦେଶର ନେଲ୍ଲୋର ଠାରେ ସାଧାରଣ ସଭାରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ
ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
ପୋଷ୍ଟ କରାଯିବା ଦିନାଙ୍କ:
29 DEC 2022 10:00AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ର ପ୍ରଦେଶର ନେଲ୍ଲୋର ଠାରେ ସାଧାରଣ ସଭାରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଆନ୍ଧ୍ରପ୍ରଦେଶର ନେଲ୍ଲୋର ଠାରେ ସାଧାରଣ ସଭାରେ ହୋଇଥିବା ଦୁର୍ଘଟଣା ବେଶ ଦୁଃଖଦ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
SR
(ରିଲିଜ ଆଡି: 1887292)
ପରିଦର୍ଶକ କାଉଣ୍ଟର : 138
ଏହି ରିଲିଜ ପଢନ୍ତୁ :
Kannada
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam