ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟର ନଭସାରି ଠାରେ ଏକ ସଡକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ


ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

प्रविष्टि तिथि: 31 DEC 2022 10:37AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ନଭସାରି ଠାରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ନଭସାରି, ଗୁଜରାଟ ଠାରେ ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ନଭସାରି ଠାରେ ସଡକ ଦୁର୍ଘଟଣାଜନିତ ପ୍ରାଣହାନୀ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ମୋଦୀ” 

 

SR


(रिलीज़ आईडी: 1887787) आगंतुक पटल : 229
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Malayalam