ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଝାଡଖଣ୍ଡର ଧାନବାଦ ଠାରେ ଅଗ୍ନିକାଣ୍ଡଜନିତ ପ୍ରାଣହାନୀ ଘଟଣାରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 31 JAN 2023 11:45PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ଧାନବାଦ ଠାରେ ଅଗ୍ନିକାଣ୍ଡଜନିତ ପ୍ରାଣହାନୀ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

 

ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ଧାନବାଦରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଅତ୍ୟନ୍ତ ମର୍ମାହତ । ନିଜ ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି:ପ୍ରଧାନମନ୍ତ୍ରୀ@narendramodi

“ଧାନବାଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ@narendramodi

 

An ex-gratia of Rs. 2 lakh from PMNRF would be given to the next of kin of each deceased in the fire in Dhanbad. The injured would be given Rs. 50,000: PM @narendramodi

— PMO India (@PMOIndia) January 31, 2023

SR



(Release ID: 1896183) Visitor Counter : 100