କୋଇଲା ମନ୍ତ୍ରଣାଳୟ
azadi ka amrit mahotsav

ଭୁବନେଶ୍ୱର ଠାରେ ପିଏମ୍‌ ଗତିଶକ୍ତି ଉପରେ ପୂର୍ବ କ୍ଷେତ୍ର ସମ୍ମିଳନୀ ଆୟୋଜନ କରିବ କୋଇଲା ମନ୍ତ୍ରଣାଳୟ

प्रविष्टि तिथि: 13 FEB 2023 2:31PM by PIB Bhubaneswar

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଠାରେ ପିଏମ୍‌ ଗତିଶକ୍ତି ଏବଂ ଜାତୀୟ ଲଜିଷ୍ଟିକ ନୀତି ଉପରେ ପୂର୍ବ କ୍ଷେତ୍ର ସମ୍ମିଳନୀ ଆୟୋଜନ କରାଯିବ। ଆସନ୍ତା ୧୬ ତାରିଖରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ ହେଉଛି, ପୂର୍ବ କ୍ଷେତ୍ରୀୟ ରାଜ୍ୟ ଯଥା- ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ବିହାରରେ ମୌଳିକ ଭିତ୍ତିଭୂମି ବିକାଶ ନିମନ୍ତେ ଏକୀକୃତ ଯୋଜନା ପ୍ରସ୍ତୁତ କରିବା ଲାଗି ଆପୋସ ସମନ୍ବୟ ବଢ଼ାଇବା।

ଏହି ସମ୍ମିଳନୀରେ ପୂର୍ବ କ୍ଷେତ୍ରର ରାଜ୍ୟ ଏବଂ ବିଭିନ୍ନ କେନ୍ଦ୍ରୀୟ ମନ୍ତ୍ରଣାଳୟ ଯଥା କୋଇଲା, ଡିପିଆଇଆଇଟି, ରେଳବାଇ, ବିଦ୍ୟୁତ, ଇସ୍ପାତ, ସାର ଓ ରସାୟନ, ସଡ଼କ ପରିବହନ ମନ୍ତ୍ରଣାଳୟ, ଜାହାଜ ଚଳାଚଳ ଓ ଜଳମାର୍ଗ ସମେତ ପୂର୍ବ କ୍ଷେତ୍ରର ଉଦ୍ୟୋଗ ଜଗତର ଅଂଶୀଦାରମାନଙ୍କ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିବେ । ପୂର୍ବାଞ୍ଚଳରେ ସମାବେଶୀ ବିକାଶ ନିମନ୍ତେ ଗଭୀର ବିଚାରବିମର୍ଶ କରିବା ଓ ଆବଶ୍ୟକ ପରାମର୍ଶ ଦେବା ଲକ୍ଷ୍ୟ ନେଇ ଏହି ସମ୍ମିଳନୀ ଆୟୋଜନ କରାଯାଉଛି।

ଲଜିଷ୍ଟିକ୍ସ କ୍ଷମତାରେ ସୁଧାର ଓ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବା ଲାଗି ଏକ ପରିବର୍ତ୍ତନକାରୀ ଦୃଷ୍ଟିକୋଣ ନେଇ ଏକୀକୃତ ମୌଳିକ ଭିତ୍ତିଭୂମି ବିକାଶ ଲାଗି ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ (ଏନଏମପି)ର ଶୁଭାରମ୍ଭ କରାଯାଇଥିଲା। ଏହାର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ମନ୍ତ୍ରଣାଳୟ/ରାଜ୍ୟ/ବିଭାଗ/ଉଦ୍ୟୋଗକୁ ଗୋଟିଏ ମଞ୍ଚରେ ଏକତ୍ରିତ କରିବା, ଯାହାଫଳରେ ମୌଳିକ ଭିତ୍ତିଭୂମି ଯୋଗାଯୋଗ ପ୍ରକଳ୍ପର ଏକୀକୃତ ଯୋଜନା ଉପରେ କାମ କରି ଏହାକୁ ସମନ୍ବିତ ଢଙ୍ଗରେ କାର୍ଯ୍ୟକାରୀ କରାଯାଇପାରିବ।

****

P.S.


(रिलीज़ आईडी: 1899316) आगंतुक पटल : 139
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Punjabi