ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଛତିଶଗଡର ବାଲୋଦାବଜାର-ଭଟ୍ଟାପରା ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୀଡିତଙ୍କ ପାଇଁ ପିଏମଏନଆରଏଫ୍ ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
Posted On:
24 FEB 2023 11:13AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ବାଲୋଦାବଜାର-ଭଟ୍ଟାପରା ଜିଲ୍ଲାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଛତିଶଗଡର ବାଲୋଦାବଜାର-ଭଟ୍ଟାପରା ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଛତିଶଗଡର ବାଲୋଦାବଜାର-ଭଟ୍ଟାପରା ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
“ବାଲୋଦାବଜାର-ଭଟ୍ଟାପରା ଜିଲ୍ଲାରେ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍ରୁ ୨ ଲକ୍ଷ ଟଙ୍କା କରି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
(Release ID: 1902046)
Visitor Counter : 123
Read this release in:
Bengali
,
English
,
Urdu
,
Marathi
,
Hindi
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam