ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶର ସିଦ୍ଧିରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

प्रविष्टि तिथि: 25 FEB 2023 3:00PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସିଦ୍ଧିରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଶୋକ ପ୍ରକାଶ କରିଛନ୍ତି । ଏଥିସହ ସେ ପିଏମଏନଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ମଧ୍ୟପ୍ରଦେଶର ସିଦ୍ଧିରେ ବସ୍ ଦୁର୍ଘଟଣା ଦୁଃଖ ଦାୟକ । ଏହି ଦୁଃଖଦ ଘଟଣାରେ, ମୋର ଚିନ୍ତାଧାରା ସେହିମାନଙ୍କ ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ପ୍ରଭାବିତ ସମସ୍ତଙ୍କୁ ମଧ୍ୟପ୍ରଦେଶ ସରକାର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ।

“ମଧ୍ୟପ୍ରଦେଶ ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏଆରଏଫ୍‍ରୁ ୨ ଲକ୍ଷ ଟଙ୍କା କରି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”

HS


(रिलीज़ आईडी: 1902442) आगंतुक पटल : 159
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam