କୋଇଲା ମନ୍ତ୍ରଣାଳୟ
azadi ka amrit mahotsav

ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କଲା କୋଇଲା ମନ୍ତ୍ରଣାଳୟ


ଦୁଇଟି ଖଣିରେ ଗଚ୍ଛିତ ରହିଛି ୧,୬୫୨ ନିୟୁତ ଟନ କୋଇଲା

ଖଣି କାର୍ଯ୍ୟକ୍ଷମ ହେଲେ ୨,୨୫୦ କୋଟି ଟଙ୍କାର ପୁଞ୍ଜିନିବେଶ ସମ୍ଭାବନା

୨୦ ହଜାର ୨୮୦ ଲୋକଙ୍କ ପାଇଁ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ପୋଷ୍ଟ କରାଯିବା ଦିନାଙ୍କ: 07 MAR 2023 7:21PM by PIB Bhubaneswar

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି । ଗତ ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି । ଏଥିମଧ୍ୟରୁ ଗୋଟିଏ ସିଏମଏସପି କୋଇଲା ଖଣି ହୋଇଥିବା ବେଳେ ଆଉ ଗୋଟିଏ ଏମଏମଡିଆର କୋଇଲା ଖଣି। 

୫୦୦ ନିୟୁତ ଟନ୍‌ ଖଣିଜ ସମ୍ପଦ ଗଚ୍ଛିତ ଥିବା ସାକ୍ଷୀଗୋପାଳ ବି କାଙ୍କିଲି କୋଇଲା ଖଣିକୁ ରୁଙ୍ଗଟା ସନ୍ସ ପ୍ରାଇଭେଟ୍‌ ଲିମିଟେଡ ନିଲାମ ନେଇଛି । ଏହାବ୍ୟତୀତ ଗୁଜରାଟ ମିନେରାଲ ଡେଭଲପମେଣ୍ଟ କର୍ପୋରେସନ ଲିମିଟେଡ ୧,୧୫୨.୧୧ ନିୟୁତ ଟନ ଖଣିଜ ସମ୍ପଦ ଗଚ୍ଛିତ ଥିବା ବୈତରଣୀ ୱେଷ୍ଟ* ଖଣିରୁ ଉତ୍ତୋଳନ ଅଧିକାର ହାସଲ କରିଛି ।

ଦୁଇଟି ଖଣିରେ ମୋଟ ୧୬୫୨ ନିୟୁତ ଟନ୍‌ କୋଇଲା ଗଚ୍ଛିତ ଥିବା ବେଳେ ବୈତରଟୀ ୱେଷ୍ଟ ଖଣିର ବାର୍ଷିକ ଉତ୍ତୋଳନ କ୍ଷମତା ୧୫ ନିୟୁତ ଟନ୍‌ । ଏହି ଦୁଇଟି କୋଇଲା କାର୍ଯ୍ୟକ୍ଷମ ହେଲେ ୨,୨୫୦ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବାର ସମ୍ଭାବନା ରହିଛି । ସେହିପରି ଏହାଦ୍ବାରା ୨୦ ହଜାର ୨୮୦ ଲୋକଙ୍କୁ ନିଯୁକ୍ତି ମିଳିପାରିବ । ଅନ୍ୟପଟେ ବାର୍ଷିକ ୨ ହଜାର ୮୭୩ କୋଟି ଟଙ୍କାର ରାଜସ୍ବ ଆୟ ହେବାର ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ ଯେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ୩ ନଭେମ୍ବର ୨୦୨୨ ଠାରୁ ବାଣିଜ୍ୟିକ ଖନନ ପାଇଁ ଷଷ୍ଠ ପର୍ଯ୍ୟାୟ ଏବଂ ପଞ୍ଚମ ପର୍ଯ୍ୟାୟର ଦ୍ବିତୀୟ ପ୍ରୟାସ ଅଧୀନରେ କୋଇଲା ଖଣିଗୁଡ଼ିକର ନିଲାମୀ ଆରମ୍ଭ କରାଯାଇଥିଲା । ଏହି ନିଲାମୀ ପ୍ରକ୍ରିୟାର ପରବର୍ତ୍ତୀ ପର୍ଯ୍ୟାୟରେ ଉପରୋକ୍ତ ଦୁଇଟି ଖଣିର ନିଲାମୀ ସମ୍ପନ୍ନ ହୋଇଛି ।

 

*****

P. S.


(ରିଲିଜ ଆଡି: 1904959) ପରିଦର୍ଶକ କାଉଣ୍ଟର : 258
ଏହି ରିଲିଜ ପଢନ୍ତୁ : English , Urdu , हिन्दी