ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କାଞ୍ଚିପୁରମ ଠାରେ ହୋଇଥିବା ବାଣ ଗୋଦାମଦୁର୍ଘଟଣାର ମୃତକମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ



ପିଏମଏନଆରଏଫରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା

Posted On: 23 MAR 2023 8:55PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାଞ୍ଚିପୁରମ ଠାରେ ଏକ ବାଣ ଗୋଦାମରେ ହୋଇଥିବା ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ପିଏମଏନଆରଏଫରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

କାଞ୍ଚିପୁରମ ବାଣ ଗୋଦାମରେ ହୋଇଥିବା ଦୁର୍ଘଟଣା ଯୋଗୁଁ ମର୍ମାହତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପିଏମଏନଆରଏଫରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

SR



(Release ID: 1910175) Visitor Counter : 109