ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ ଅଭିଯାନ ଅନ୍ତର୍ଗତ ଆଇଆଇଏମ ସମ୍ବଲପୁର ପକ୍ଷରୁ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

Posted On: 04 APR 2023 6:03PM by PIB Bhubaneshwar

ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି । ଚଳିତ ମାସ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଜନଭାଗିଦାରୀ ଜରିଆରେ ଜି-୨୦ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାର୍ଗଦର୍ଶନରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ସଂଗଠନ ପକ୍ଷରୁ ପ୍ରାୟ ମାସେ ବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

 

ଆଜି ଜି-୨୦ ଜନ ଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଆଇଆଇଏମ ସମ୍ବଲପୁର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏକ ବକ୍ତୃତା ଶୃଙ୍ଖଳା ଏବଂ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଆଗ୍ରହର ସହିତ ଭାଗ ନେଇଥିଲେ । ଛାତ୍ରଛାତ୍ରୀମାନେ ଜି-୨୦ ବିଷୟବସ୍ତୁକୁ ନେଇ ବକ୍ତୃତା ଦେବା ସହିତ ପ୍ରବନ୍ଧ ଲେଖିଥିଲେ ।

******

P.S.

 

 

 


(Release ID: 1913612)