ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Posted On: 04 APR 2023 8:52PM by PIB Bhubaneshwar

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ – ‘ଏକ ପୃଥିବୀ, ଏକ ପରିବାର ଏକ ଭବିଷ୍ୟତ’ର ବାର୍ତ୍ତା ନେଇ ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକରେ ଛେଳିମାନଙ୍କର ଟିକାକରଣ କରାଯାଇଥିଲା। ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ପ୍ରାଣୀରୋଗ ବିଶେଷଜ୍ଞମାନେ ଏଥିରେ ଭାଗ ନେଇଥିଲେ ।

ଗଜପତି ଜିଲ୍ଲାରେ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପକ୍ଷରୁ ତୃତୀୟ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପାଇଁ ସଚେତନତା ସୃଷ୍ଟି କରିବା ଲାଗି ଝୋଟି ଓ ମୁରୂଜ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ସୂଚନା ଯୋଗ୍ୟ ଯେ ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି । ଚଳିତ ମାସ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଜନଭାଗିଦାରୀ ଜରିଆରେ ଜି-୨୦ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । 

******

P.S.


(Release ID: 1913684)