ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Posted On: 05 APR 2023 9:27PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ । ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଆୟୋଜିତ ହେଉଛି ଜନଭାଗିଦାରୀ କାର୍ଯ୍ୟକ୍ରମ । ଏହି କ୍ରମରେ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ବଲାଙ୍ଗିର ଏବଂ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରଶ୍ନୋତ୍ତର ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ସେମାନଙ୍କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନ କରାଯାଇଥିଲା।

*********

P.S.


(Release ID: 1914078)