ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଆଇଜର ଏବଂ ଏନଆଇଏଫଏମଡି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

Posted On: 06 APR 2023 10:08PM by PIB Bhubaneshwar

ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ସଚେତନତା ସୃଷ୍ଟି ଲାଗି ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ଏଥିରେ ସାମିଲ ହୋଇଛି ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଏବଂ ଶିକ୍ଷା ଓ ଅନୁସନ୍ଧାନ ପ୍ରତିଷ୍ଠାନ (ଆଇଜର) । ଗୁରୁବାର ପ୍ରତିଷ୍ଠାନ ପକ୍ଷରୁ ବ୍ରହ୍ମପୁର କେନ୍ଦ୍ର ବିଦ୍ୟାଳୟ ଠାରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏଥିରେ ଛାତ୍ରଛାତ୍ରୀମାନଙ୍କୁ ବିଶିଷ୍ଟ ଭାରତୀୟ ଜୈବ ରସାୟନ ବିଜ୍ଞାନୀ ୱାଇ ସୁବାରାଓଙ୍କ ଯୋଗଦାନ ବିଷୟରେ ଅବଗତ କକରାଯାଇଥିଲା। ଏଥିରେ ବିଦ୍ୟାଳୟର ସବୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରିଥିଲେ ।

ଅନ୍ୟପକ୍ଷରେ ଆଜି ଭୁବନେଶ୍ୱର ଉପକଣ୍ଠ ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା।

*******

P.S.


(Release ID: 1914465)