ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ : ଦେବଗଡ଼ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେଇ ଅନୁଷ୍ଠିତ ହେଲା ବକ୍ତୃତା ପ୍ରତିଯୋଗିତା

Posted On: 06 APR 2023 10:10PM by PIB Bhubaneshwar

ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ସଚେତନତା ସୃଷ୍ଟି ଲାଗି ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି କ୍ରମରେ ଗୁରୁବାର ଦିନ ଆଇଆଇଏମ ସମ୍ବଲପୁର ସହଯୋଗରେ କେନ୍ଦ୍ରୀୟ ବିଦ୍ୟାଳୟ ଦେବଗଡ଼ ଠାରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗିତାରେ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଭାରତର ଜି-୨୦ ଅଧ୍ୟକ୍ଷତା ଏବଂ ଜି-୨୦ ରାଷ୍ଟ୍ରଗୋଷ୍ଠୀର ପ୍ରାସଙ୍ଗିକତା ଉପରେ ବକ୍ତବ୍ୟ ରଖିଥିଲେ ।

*******

P.S.


(Release ID: 1914466)