ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

Posted On: 07 APR 2023 4:49PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭୀୟଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଉଛୁ ।

ଆମ ସରକାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ସହ ଲୋକଙ୍କୁ ଗୁଣବତ୍ତା ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରାଇବା ପାଇଁ କାମ ଜାରି ରଖିବ ।

 

SR



(Release ID: 1914650) Visitor Counter : 100