ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

କିଟ୍‌ ବିଶ୍ୱବିଦ୍ୟାଳୟ, ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ଓ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

Posted On: 07 APR 2023 7:51PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଅନୁଷ୍ଠିତ ହେବ । ଏଥିପୂର୍ବରୁ ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଏହି ଅବସରରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭୁବନେଶ୍ୱର ଉପକଣ୍ଠ ଶିଖର ଚଣ୍ଡି ପାହାଡ଼ ଉପରେ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା । କିଟ୍‌ ବିଶ୍ୱବିଦ୍ୟାଳୟର ୨୫୦ରୁ ଅଧିକ ଛାତ୍ରଛାତ୍ରୀ ପାହାଡ଼ ଆଖପାଖ ଅଞ୍ଚଳରେ ସଫେଇ କରିଥିଲେ । ଏଥିରେ ବିଶ୍ୱବିଦ୍ୟାଳୟର କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ସେହିପରି ଭୁବନେଶ୍ୱର ସ୍ଥିତ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଏକ ସଚେତନତା ପଦଯାତ୍ରା ଆୟୋଜନ କରାଯାଇଥିଲା । ଏଥିରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା।

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ପୁରୀ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ବୃକ୍ଷରୋପଣ କରାଯାଇଥିଲା । ଏଥିରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ଅଂଶଗ୍ରହଣ କରିଥିଲେ ।

****

P.S.


(Release ID: 1914694)