ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ସିୟୁଟିଏମ୍‌ ଓ କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

प्रविष्टि तिथि: 08 APR 2023 7:52PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଛି।

ଏହି କ୍ରମରେ ଆଜି ସେଞ୍ଚୁରିଅନ ୟୁନିଭର୍ସିଟୀ ଅଫ୍‌ ଟେକ୍ନୋଲୋଜି ଏବଂ ମ୍ୟାନେଜମେଣ୍ଟ (ସିୟୁଟିଏମ) ପକ୍ଷରୁ ଗଜପତି ଜିଲ୍ଲାରେ ଏକ ଗ୍ରାମୀଣ ହାଟ ଆୟୋଜନ କରାଯାଇଥିଲା। ହାଟରେ ବିଭିନ୍ନ ପ୍ରକାର ଫଳ, ପନିପରିବା, ଘରକରଣା ସାମଗ୍ରୀ ବିକ୍ରି କରାଯାଇଥିଲା। ସିୟୁଟିଏମର ଛାତ୍ରଛାତ୍ରୀ ସ୍ଥାନୀୟ ଅଞ୍ଚଳରେ ଜି-୨୦ ବୈଠକକୁ ନେଇ ସଚେତନତା ସୃଷ୍ଟି କରିଥିଲେ ।

ଅନ୍ୟପକ୍ଷରେ ଜି-୨୦ ଜନଭାଗିଦାରୀ ବୈଠକର ଅଂଶବିଶେଷ ଭାବେ କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱାରା ଏକ ସ୍ଲୋଗାନ୍‌ ଲେଖା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀମାନେ ଜି୨୦ ସମ୍ମିଳନୀର ପ୍ରଚାର ଉଦ୍ଦେଶ୍ୟରେ ସ୍ଲୋଗାନମାନ ଲେଖିଥିଲେ । ସେହିପରି ଶିକ୍ଷାନୁଷ୍ଠାନ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

******

P.S.


(रिलीज़ आईडी: 1914939) आगंतुक पटल : 161