ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡୁର ଚେନ୍ନାଇ ସ୍ଥିତ ଏମଜିଆର ଚେନ୍ନାଇ ସେଣ୍ଟ୍ରାଲ ରେଳ ଷ୍ଟେସନରେ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 08 APR 2023 6:16PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇ ସ୍ଥିତ ଏମଜିଆର ଚେନ୍ନାଇ ସେଣ୍ଟ୍ରାଲ ରେଳ ଷ୍ଟେସନରେ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସର ଅନୁଧ୍ୟାନ କରିଥିଲେ ଏବଂ ରେଳ କର୍ମଚାରୀ ଏବଂ ପିଲାମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ଚେନ୍ନାଇ ଏବଂ କୋଏମ୍ବାଟୁରର ଚମତ୍କାର ସହରଗୁଡ଼ିକ ସଂଯୋଗ ପାଇଁ ବନ୍ଦେ ଭାରତ ଏକ୍ସପ୍ରେସକୁ ଧନ୍ୟବାଦ । ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ଏହି ଅବସରରେ ଯୁବ ବନ୍ଧୁମାନଙ୍କୁ ମଧ୍ୟ ଭେଟିଥିଲି ।”

ପ୍ରଧାନମନ୍ତ୍ରୀଙ୍କ ସହିତ ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର ଏନ ରବି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ କେ ଷ୍ଟାଲିନ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗ ଦେଇଥିଲେ ।

HS


(रिलीज़ आईडी: 1914942) आगंतुक पटल : 199
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada