ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ତେଲେଙ୍ଗାନାର ହାଇଦ୍ରାବାଦ ସ୍ଥିତ ସିକନ୍ଦରାବାଦ ରେଳ ଷ୍ଟେସନରେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 08 APR 2023 7:58PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଆଜି ତେଲେଙ୍ଗାନାର ହାଇଦ୍ରାବାଦ ସ୍ଥିତ ସିକନ୍ଦରାବାଦ ରେଳ ଷ୍ଟେସନରେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିବା ପରେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସକୁ ଅନୁଧ୍ୟାନ କରିଥିଲେ ଏବଂ ରେଳ କର୍ମଚାରୀ ଏବଂ ପିଲାମାନଙ୍କ ସହ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ସିକନ୍ଦରାବାଦ ଏବଂ ତିରୁପତି ମଧ୍ୟରେ ସଂଯୋଗକୁ ବଢାଇଛି । ଏହି ଟ୍ରେନ୍ ପାଇଁ ମୁଁ ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ଲୋକଙ୍କୁ ଅଭିନନ୍ଦନ ଜଣାଉଛି ।”

ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସ, ହାଇଦ୍ରାବାଦର ଆଇଟି ସିଟି, ହାଇଦ୍ରାବାଦର ପ୍ରଭୁ ଭେଙ୍କଟେଶ୍ୱରଙ୍କ ବାସସ୍ଥାନ ସହିତ ତିରୁପତିକୁ ସଂଯୋଗ କରୁଥିବା ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ୍ ଯାହା ଖୁବ୍‍ କମ୍‍ ସମୟ ତିନି ମାସ ମଧ୍ୟରେ ତେଲେଙ୍ଗାନାରୁ ଆରମ୍ଭ ହୋଇଛି । ଏହି ଟ୍ରେନ୍ ଦୁଇ ସହର ମଧ୍ୟରେ ଯାତ୍ରା ସମୟକୁ ପ୍ରାୟ ସାଢେ ତିନି ଘଣ୍ଟା ହ୍ରାସ କରିବ ଏବଂ ତୀର୍ଥଯାତ୍ରୀମାନଙ୍କ ପାଇଁ ବିଶେଷ ଲାଭଦାୟକ ହେବ ।

ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହିତ ତେଲେଙ୍ଗାନାର ରାଜ୍ୟପାଳ ଡକ୍ଟର ତାମିଲସାଇ ସୁନ୍ଦରରାଜନ, ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜି କିଶାନ ରେଡ୍ଡୀ ଯୋଗ ଦେଇଥିଲେ ।

HS



(Release ID: 1914945) Visitor Counter : 118