ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
ଜି-୨୦ ଜନଭାଗିଦାରୀ : କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେମିନାର ଆୟୋଜିତ
Posted On:
10 APR 2023 5:18PM by PIB Bhubaneshwar
ଭୁବନେଶ୍ୱରରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ । ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ଆୟୋଜିତ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ଏକ ଉନ୍ନତ ସମାଜ ଗଠନ ପାଇଁ ଶିକ୍ଷା’ ବିଷୟବସ୍ତୁ ଉପରେ ଏକ ଜାତୀୟ ସେମିନାର ଆୟୋଜିତ ହୋଇଯାଇଛି । ବୌଦ୍ଧ ମଡେଲ ଡିଗ୍ରୀ କଲେଜରେ ଆୟୋଜିତ ଏହି ସେମିନାରରେ କିଟ୍ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେ ସେମିନାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ବବିତାରାଣୀ ଦଳବେହେରା, ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ପ୍ରଦ୍ୟୋତ କେଶରୀ ପ୍ରଧାନ, ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ମହେଶ୍ୱର ସାହୁ, କିଟ୍ର ନିର୍ଦ୍ଦେଶକ ପ୍ରଫେସର ଜୟନ୍ତ ପରିଡ଼ା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବୌଦ୍ଧ ଜିଲ୍ଲାର ୪50ରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷାବିତ୍ ଓ ବୁଦ୍ଧିଜୀବୀମାନେ ସେମିନାରରେ ଅଂଶଗ୍ରହଣ କରିଥିଲେ ।


*******
P.S.
(Release ID: 1915378)