ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ : ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବକ୍ତୃତା ପ୍ରତିଯୋଗିତା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Posted On: 11 APR 2023 8:06PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ- ଆରଆଇଇ, ଏନସିଇଆରଟି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି ଆଜି ପ୍ରତିଷ୍ଠାନ ପରିସରରେ ଥିବା ଡିଏମ ସ୍କୁଲ ପରିସରରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ

ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି ଅଗ୍ରୱାଲ, ଡିଏମ ସ୍କୁଲର ଅଧ୍ୟକ୍ଷ ଏ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ଏଥିରେ ନୋଡାଲ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ବେହେରା, ଶ୍ରୀ ପି.କେ ରାୟ ପ୍ରମୁଖ ଉପସ୍ଥିତ ଥିଲେ

ଅନ୍ୟପଟେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଜଗତସିଂହପୁର କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଜି୨୦ ବିଷୟବସ୍ତୁକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ଏଥିରେ ୨୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ

*****

P.S.

 


(Release ID: 1915720)