ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Posted On: 11 APR 2023 9:20PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ଆଜି ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ, ଭୁବନେଶ୍ୱର ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ବୃକ୍ଷରୋପଣ କରି ପରିବେଶ ସୁରକ୍ଷା ପାଇଁ ବାର୍ତ୍ତା ଦେଇଥିଲେ।

ଅନୁରୂପ ଭାବେ କଟକ ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଦିବ୍ୟାଙ୍ଗମାନଙ୍କ ପାଇଁ ଗମ୍ଭୀର ଅସୁସ୍ଥତାରୁ ଆରାମ ପାଇବା ଲାଗି ଯୋଗ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ସେହିପରି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇନଫର୍ମେସନ ଟେକ୍ନୋଲୋଜୀ ଏଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ ପକ୍ଷରୁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ କରାଯାଇଥିଲା। ୟି ଏଣ୍ଡ ଲରେନ୍ସ ଏଣ୍ଡ ମାୟୋ ଟିମ୍‌ ପକ୍ଷରୁ ଆୟାଜିତ ଏହି କାର୍ଯ୍ୟକ୍ରମର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ସେମାନଙ୍କର ଚକ୍ଷୁ ପରୀକ୍ଷା କରାଇଥିଲେ ।

ଅନ୍ୟପକ୍ଷରେ ଭୁବନେଶ୍ୱରସ୍ଥିତ ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ୍‌ ସୌଧ୍ୟା ଗ୍ରାମ ପଞ୍ଚାୟତ ଠାରେ ଏକ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ସେହିପରି ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ ଟ୍ରାଭେଲ ଏଣ୍ଡ ଟୁରିଜିମ୍‌ ମ୍ୟାନେଜମେଣ୍ଟ, ଭୁବନେଶ୍ୱର ପକ୍ଷରୁ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ‘‘ଓଡ଼ିଶା : ଇଣ୍ଡିଆସ୍‌ ବେଷ୍ଟ କେପ୍ଟ ସିକ୍ରେଟ୍‌’’ ବିଷୟବସ୍ତକୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସେହିପରି ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଅନୁଗୁଳ ସ୍ଥିତ ଜବାହର ନବୋଦାୟ ବିଦ୍ୟାଳୟ ଦ୍ୱାରା ଏକ ଜି-୨୦ ଲୋଗୋ ଡିଜାଇନ କର୍ମଶାଳା ଆୟୋଜନ କରାଯାଇଥିଲା। ଜି-୨୦ରେ ଭାରତର ନେତୃତ୍ୱ ବିଷୟକୁ ନେଇ ଛାତ୍ରଛାତ୍ରୀମାନେ ଲୋଗୋ ଡିଜାଇନ କରିଥିଲେ।

ଜି-୨୦ ଜନଭାଗିଦାରୀର ଅଂଶବିଶେଷ ଭାବେ ଭୁବନେଶ୍ୱରସ୍ଥିତ ଆଇସିଏମଆର ଆରଏମଆରସି ପକ୍ଷରୁ ଏକ ଯୋଗ ଶିବିର ଆୟୋଜନ କରାଯାଇଥିଲା।

******

P.S.


(Release ID: 1915750)