ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ସଚେତନତା କାର୍ଯ୍ୟକ୍ରମ ଜରିଆରେ ଜି-୨୦ ଜନଭାଗିଦାରୀ ଅଭିଯାନରେ ସାମିଲ ହେଲେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ

Posted On: 12 APR 2023 8:54PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଇନଷ୍ଟିଚ୍ୟୁଟ୍ଅଫ୍ଇନଫର୍ମେସନ ଟେକ୍ନୋଲୋଜି ପକ୍ଷରୁ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଅନୁଷ୍ଠାନର ଛାତ୍ରଛାତ୍ରୀ ଜି-୨୦ ଲୋଗୋ ବିଷୟବସ୍ତୁ ଉପରେ ରଙ୍ଗୋଲି ପ୍ରସ୍ତୁତ କରିଥିଲେ

ସେହିପରି ଭୁବନେଶ୍ୱର ସ୍ଥିତ ସିପେଟ୍ଛାତ୍ରଛାତ୍ରୀମାନେ ମଧ୍ୟ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରି ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ

ପୁରୀର କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ସଦାଶିବ କ୍ୟାମ୍ପସ ପରିସରରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ମିଲେଟ୍ସ ସେବନକୁ ପ୍ରୋତ୍ସାହନ ଲାଗି ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା

ସେହିପରି କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ରଙ୍ଗୋଲି ମାଧ୍ୟମରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ବାର୍ତ୍ତା ପ୍ରଚାର କରିଥିଲେ

ଏହାଛଡ଼ା ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ୍ରେ ଗୋଚାଷୀମାନଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଇଥିଲା

ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ଅଫ୍ଟୁରିଜିମ୍ଏଣ୍ଡ ଟ୍ରାଭେଲ୍ମ୍ୟାନେଜମେଣ୍ଟ (ଆଇଆଇଟିଟିଏମ) ହେରିଟେଜ୍ଏଣ୍ଡ କଲଚର୍କ୍ଲବ୍ପକ୍ଷରୁ ପୁରୁଣା ଭୁବନେଶ୍ୱର ଠାରେ ଐତିହ୍ୟ ଅନ୍ୱେଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା

ଅନ୍ୟପଟେ ଭୁବନେଶ୍ୱର ସ୍ଥିତ ଶିକ୍ଷା ଅନୁସନ୍ଧାନ ବିଶ୍ୱ ବିଦ୍ୟାଳୟ ପକ୍ଷରୁ କେନ୍ଦୁଝର ଜିଲ୍ଲା ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟ ଠାରେ ରଙ୍ଗୋଲି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା

ଅନୁରୂପ ଭାବେ ଭୁବନେଶ୍ୱର ସ୍ଥିତ ସିଟିଟିସି ପକ୍ଷରୁ ଏକ ଯୋଗ ଶିବିର ଆୟୋଜନ କରାଯାଇଥିଲା

ଭୁବନେଶ୍ୱରର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏକ ସଚେତନତା ପଦଯାତ୍ରା ଆୟୋଜନ କରାଯାଇଥିଲା ଏଥିରେ ପ୍ରତିଷ୍ଠାନ ଏବଂ ଡିଏମ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ କର୍ମଚାରୀମାନେ ଉତ୍ସାହର ସହିତର ଅଂଶଗ୍ରହଣ କରିଥିଲେ

ଅନୁଗୁଳ ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ଜି-୨୦ ଲୋଗୋ ଡିଜାଇନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଭାରତର ଜି-୨୦ ଅଧ୍ୟକ୍ଷତା ବିଷୟବସ୍ତୁକୁ ନେଇ ଛାତ୍ରଛାତ୍ରୀମାନେ ଲୋଗୋ ଡିଜାଇନ କରିଥିଲେ

 

********

P.S.




(Release ID: 1916036) Visitor Counter : 150