ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଞ୍ଜାବର ହୋଶିୟାରପୁରରେ ହୋଇଥିବା ଦୁର୍ଘଟଣାର ମୃତକମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର

Posted On: 14 APR 2023 6:22PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପଞ୍ଜାବର ହୋଶିୟାରପୁରରେ ହୋଇଥିବା ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ, ପଞ୍ଜାବର ହୋଶିୟାରପୁର ଦୁର୍ଘଟଣାର ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ପଞ୍ଜାବର ହୋଶିୟାରପୁରରେ ହୋଇଥିବା ଦୁର୍ଘଟଣାର ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ @narendramodi ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

 

SR



(Release ID: 1916631) Visitor Counter : 67