ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ ଅଭିଯାନରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ

Posted On: 14 APR 2023 8:15PM by PIB Bhubaneshwar

ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ପରିଚାଳନା ପାଇଁ ଚୟନ କରାଯାଇଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ପକ୍ଷରୁ ଭାରତୀୟ ସଂସ୍କୃତିର ‘ବିବିଧତା ମଧ୍ୟରେ ଏକତା’ ଶୀର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଚତୁର୍ଦ୍ଦଶ ଦିନରେ ଏହି କାର୍ଯ୍ୟକ୍ରମକୁ ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶଚନ୍ଦ୍ର ଅଗ୍ରୱାଲ ଉଦଘାଟନ କରିଥିଲେ ପ୍ରତିଷ୍ଠାନର ଆର୍ଯ୍ୟଭଟ୍ଟ, ଅଗ୍ନି, ସୌର୍ଯ୍ୟ, ସ୍ଫୁଟନିକ ହାଉସ ଓ ଡିଏମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସମ୍ବଲପୁରୀ, ଓଡ଼ିଶୀ, ଭାରତନାଟ୍ୟମ, ମହାକାଳୀ ସ୍ମୃତି ଆଦି ପରିବେଷଣ କରାଯାଇଥିଲା ଯାହାକୁ ସମସ୍ତେ ଉଚ୍ଚ ପ୍ରଶଂସା କରିଥିଲେ ସେହିପରି ଆପୋଲୋ ଓ ରୋହିଣୀ ହାଉସର ଛାତ୍ରଛାତ୍ରୀ ଲୋକନୃତ୍ୟ ପରିବେଷଣ କରିଥିଲେ ଡିନ୍‌ ପ୍ରଫେସର ସନ୍ଧ୍ୟାରାଣୀ ସାହୁ ଏବଂ ଶିକ୍ଷୟିତ୍ରୀ ଜ୍ୟୋତି ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜି-୨୦ ନୋଡାଲ ଅଧିକାରୀ ପ୍ରଫେସର ଲକ୍ଷ୍ମୀଧର ବେହେରା, ପ୍ରଧାନ ଶିକ୍ଷକ ଅଖିଳେଶ୍ୱର ମିଶ୍ର, ପ୍ରାଧ୍ୟାପିକା ରଶ୍ମୀରେଖା ସେଠୀ, ଡକ୍ଟର ଏଲିଜାବେଥ୍‌ ଗଙ୍ଗମେର ଓ ନୃତ୍ୟଗୁରୁ ବିଜନ ପଲାଇ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ

*******

P.S.


(Release ID: 1916669)