ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
ଜି-୨୦ ଜନଭାଗିଦାରୀ ଚତୁର୍ଦ୍ଦଶ ଦିବସରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ପୋଷ୍ଟ କରାଯିବା ଦିନାଙ୍କ:
14 APR 2023 8:20PM by PIB Bhubaneshwar
ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବୈଠକ। ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଆଜି ଏନଆଇଟି ରାଉରକେଲା ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଡକ୍ଟର ବି. ଆର. ଆମ୍ବେଦକରଙ୍କ ୧୩୨ତମ ଜୟନ୍ତୀ ଉପଲକ୍ଷେ ଏକ ସ୍ମୃତିସଭା ଆୟୋଜନ କରାଯାଇଥିଲା ଏବଂ ଏଥିରେ ଯୋଗ ଦେଇଥିବା ପ୍ରାଧ୍ୟାପକ ଓ ଛାତ୍ରଛାତ୍ରୀମାନେ ରାଷ୍ଟ୍ର ଗଠନରେ ଆମ୍ବେଦକରଙ୍କ ଯୋଗଦାନର ସ୍ମୃତିଚାରଣ କରିଥିଲେ। ସେହିପରି ଏନଆଇଟି ରାଉରକେଲା କ୍ୟାମ୍ପସ ପରିସରରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା ଏବଂ ସମସ୍ତଙ୍କୁ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତାର ଗୁରୁତ୍ୱ ସମ୍ପର୍କରେ ସଚେତନ କରାଯାଇଥିଲା।
ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଭୁବେନଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଖାଦ୍ୟ ମେଳା ଆୟୋଜନ କରାଯାଇଥିଲା।

******
P.S.
(ରିଲିଜ ଆଡି: 1916671)
ପରିଦର୍ଶକ କାଉଣ୍ଟର : 153