ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ରାୟଗଡରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 APR 2023 10:44PM by PIB Bhubaneswar

ପୀଡିତଙ୍କ ପାଇଁ ପିଏମଏନଆରଏଫ୍‍ ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ରାୟଗଡରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ଏକାଧିକ ଟୁଇଟ୍‍ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମହାରାଷ୍ଟ୍ରର ରାୟଗଡରେ ବସ୍ ଦୁର୍ଘଟଣାରେ କଷ୍ଟ ଅନୁଭବ କରିଛି । ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୋର ଚିନ୍ତାଧାରା ଅଛି । ମୁଁ ଆଶା କରୁଛି ଯେ ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ । ପ୍ରଭାବିତ ଲୋକଙ୍କୁ ରାଜ୍ୟ ସରକାର ସମସ୍ତ ସହାୟତା ପ୍ରଦାନ କରୁଛନ୍ତି: ପ୍ରଧାନମନ୍ତ୍ରୀ ।”

“ରାୟଗଡରେ ବସ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍‍ ରୁ ୨ ଲକ୍ଷ ଟଙ୍କା କରି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ”

HS


(ରିଲିଜ ଆଡି: 1916983) ପରିଦର୍ଶକ କାଉଣ୍ଟର : 223