ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତର ପ୍ରଦେଶର ଶାହାଜାହନପୁରରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ପୀଡିତମାନଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା


प्रविष्टि तिथि: 16 APR 2023 5:51PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶର ଶାହାଜାହନପୁରରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ, ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ ଶୃଙ୍ଖଳରେ କୁହାଯାଇଛି;

ଉତ୍ତର ପ୍ରଦେଶର ଶାହାଜାହନପୁରରେ ଟ୍ରାକ୍ଟର ଟ୍ରଲି ନଦୀରେ ଖସି ପଡିବା ଘଟଣା ବେଶ ମର୍ମାହତ କରିଛି । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ"

ଶାହଜାହାନପୁରରେ ଦୁର୍ଘଟଣାରେ ସାହାଯ୍ୟ ଓ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପ୍ରଶାସନ ସମୂର୍ଣ୍ଣ ତତ୍ପରତାର ଲାଗି ପଡିଛନ୍ତି । ପୀଡିତଙ୍କୁ ଯଥାସମ୍ଭବ ସାହାଯ୍ୟ କରାଯାଉଛି: ପ୍ରଧାନମନ୍ତ୍ରୀ"

ଉତ୍ତର ପ୍ରଦେଶର ଶାହାଜାହନପୁର ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

 

SR


(रिलीज़ आईडी: 1917111) आगंतुक पटल : 169
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam