ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସହଯୋଗରେ ସୋଆ ଠାରେ ଛାୟା ଜି-୨୦ ସମ୍ମିଳନୀ ଅନୁଷ୍ଠିତ

Posted On: 21 APR 2023 8:27PM by PIB Bhubaneshwar

ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ସଚେତନତା ସୃଷ୍ଟି ନିମନ୍ତେ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି କ୍ରମରେ ଆଜି ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସହଯୋଗରେ ଛାୟା ଜି-୨୦ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। କେରଳର ଆଡିସନାଲ ସ୍କିଲ ଆକ୍ୟୁଜିସନ ପ୍ରୋଗ୍ରାମର ଅଧ୍ୟକ୍ଷା ତଥା ପରିଚାଳନା ନିର୍ଦ୍ଦେଶିକା ଡକ୍ଟର ଉଷା ଟାଇଟସ, ସୋଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଆଇଡିଏଲର ପାଠ୍ୟକ୍ରମ ନିର୍ଦ୍ଦେଶକ ଦେବେନ୍ଦ୍ର ପାଇ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ପ୍ରତିନିଧି ଓ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ଆର୍ଥିକ ପରାମର୍ଶଦାତା ଅର୍ଚ୍ଚନା ମାୟରମ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ମାର୍ଗଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଭାରତର ସମୃଦ୍ଧ ସଂସ୍କୃତି ଓ କୌଶଳ ଉପରେ ଆଧାରିତ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା।  

ଅନ୍ୟପଟେ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଭୁବନେଶ୍ୱର ସ୍ଥିତ ଏନଆଇଏଫଟି ପକ୍ଷରୁ ଉନ୍ନତ ଭବିଷ୍ୟତ ପାଇଁ ଶୂନ୍ୟବର୍ଜ୍ୟ – ପୁନଃବ୍ୟବହାର, ପୁନଃଚକ୍ରଣ, ବର୍ଜ୍ୟ ହ୍ରାସ ଉପରେ ଏକ କର୍ମଶାଳା ଆୟୋଜନ କରାଯାଇଥିଲା। 

ଅନୁରୂପ ଭାବେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସହଯୋଗରେ ଜଗତସିଂହପୁର ଜିଲ୍ଲା କାନ୍ତବଲ୍ଲଭପୁର ସରକାରୀ ଉନ୍ନିତ ପ୍ରାଥମିକ ବିଦ୍ୟାଳୟ ଠାରେ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଏକ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ପ୍ରକାର ସୁସ୍ୱାଦୁ ତଥା ସ୍ୱାସ୍ଥ୍ୟକର ଖାଦ୍ୟ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା।

*******

P.S. 


(Release ID: 1918648)
Read this release in: English