ରାଷ୍ଟ୍ରପତିଙ୍କ ସଚିବାଳୟ

ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Posted On: 03 MAY 2023 7:20PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମେ ୪ରୁ ୬ ତାରିଖ, ୨୦୨୩ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ । ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦା ଯିବେ ।

୪ ମେ ୨୦୨୩ରେ ରାଷ୍ଟ୍ରପତି ପାହାଡ଼ପୁର ଠାରେ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଓ ଗୋଷ୍ଠୀ କେନ୍ଦ୍ର ପାଇଁ ଶିଳାନ୍ୟାସ କରିବେ । ଏହାପରେ ସେ ହାଟବଦ୍ରା ଠାରେ ବ୍ରହ୍ମକୁମାରୀ କେନ୍ଦ୍ରକୁ ଗସ୍ତ କରିବେ ଏବଂ ସେଠାରେ ବ୍ରହ୍ମ କୁମାରୀ କେନ୍ଦ୍ରର ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନ ଆରମ୍ଭ କରିବେ। ସେହିଦିନ ସନ୍ଧ୍ୟାରେ, ରାଷ୍ଟ୍ରପତି ରାଇରଙ୍ଗପୁର ଠାରେ ରାଇରଙ୍ଗପୁର ପୌରପାଳିକା ପକ୍ଷରୁ ତାଙ୍କ ସମ୍ମାନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବେ ।

୫ ମେ ୨୦୨୩ରେ ରାଷ୍ଟ୍ରପତି ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହାପରେ ସେ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ।

୬ ମେ, ୨୦୨୩ରେ ରାଷ୍ଟ୍ରପତି ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ ।

 

******

P.S.



(Release ID: 1921806) Visitor Counter : 127