ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରତିଦିନ ନୂଆ ରେକର୍ଡ କରୁଛି ଖଦି: ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 MAY 2023 4:46PM by PIB Bhubaneswar

ଖଦି ସହ ଦେଶବାସୀଙ୍କ ମିଳିତ ସହଯୋଗ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା  ସହ ପ୍ରତିଦିନ ନୂଆ ରେକର୍ଡ କରୁଛି ।

ଏମଏସଏମଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ନାରାୟଣ ରାଣେ ଏକ ଟୁଇଟରେ ସୂଚନା ଦେଇଛନ୍ତି, ଯେ, ଖଦି ଗ୍ରାମୋଦ୍ୟୋଗ କାରିଗରଙ୍କ କୌଶଳ ବଢ଼ାଇବା ସହ ସେମାନଙ୍କ ଆୟ ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛି ।

ସେ ଆହୁରି କହିଛନ୍ତି, ୨୦୨୨ ଏପ୍ରିଲ ୧ରୁ ୨୦୨୩ ଜାନୁଆରୀ ୩୧ ପର୍ଯ୍ୟନ୍ତ କେଭିଆଇସି ମୋଟ ୭୭୮୮୭.୯୭ କୋଟିର ଉତ୍ପାଦନ କରିଛି, ୧୦୮୫୭୧.୮୪ କୋଟିର ବିକ୍ରି କରିଛି ଏବଂ ୧.୭୨ କୋଟିର ନିଯୁକ୍ତି ସୃଷ୍ଟି କରିଛି ।

ଏମଏସଏମଇ ମନ୍ତ୍ରୀଙ୍କ ଟୁଇଟର ଜବାବ ଦେଇ ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି:

‘ଏହି ଉପଲବ୍ଧି ଉତ୍ସାହିତ କରିଥାଏ! ଖଦି ସହ ଦେଶବାସୀଙ୍କ ସହଯୋଗ ରୋଜଗାରକୁ ପ୍ରୋତ୍ସାହିତ କରିବା ସହ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି’ ।

 SR


(ରିଲିଜ ଆଡି: 1923395) ପରିଦର୍ଶକ କାଉଣ୍ଟର : 185